କନକବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ଦୂତୀୟଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ  ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପୂର୍ଣ୍ଣ କରିବେ ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ  ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।  ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି  । ଅପରାହ୍ନ ୫ ଟା ରୁ ରାତ୍ର ୧୦ ଟା ପର୍ୟ୍ୟନ୍ତ ଅର୍ଥାତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ  । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ 

Advertisment