ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ବିଜାପୁରରେ ୧୮ ଓ କାଙ୍କେରରେ ୪ ମାଓବାଦୀ ନିପାତ

ଜାତୀୟ ଗଣମାଧ୍ୟମର ସୂଚନା ମୁତାବକ ଗୁରୁବାର ସକାଳେ ସୁରକ୍ଷାକର୍ମୀଙ୍କ ୨ଟି  ଟିମ୍ ବିଜାପୁର ଓ ଦାନ୍ତେୱାଡା ନିକଟ ଗଙ୍ଗାଲୁର ଥାନା ଅଞ୍ଚଳରେ ନକ୍ସଲ ବିରୋଧୀ ଅପରେସନ ଆରମ୍ଭ କରିଥିଲେ । ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଉପରକୁ ହଠାତ୍ ମାଓବାଦୀମାନେ ଗୁଳି ଚଳାଇଥିଲେ ।

gdfgsfdfgsdfd

କନକ ବ୍ୟୁରୋ : ଛତିଶଗଡର ବିଜାପୁର ଓ ଦାନ୍ତେୱାଡାର ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି । ଭିନ୍ନ ଭିନ୍ନ ଅପରେସନରେ ୨୨ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଏହି ଅପରେସନ ବେଳେ ଜଣେ ଯବାନ ମଧ୍ୟ ସହିଦ ହୋଇଛନ୍ତି । ଯେଉଁଠି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା, ସେହି ସ୍ଥାନରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। 

ଜାତୀୟ ଗଣମାଧ୍ୟମର ସୂଚନା ମୁତାବକ ଗୁରୁବାର ସକାଳେ ସୁରକ୍ଷାକର୍ମୀଙ୍କ ୨ଟି  ଟିମ୍ ବିଜାପୁର ଓ ଦାନ୍ତେୱାଡା ନିକଟ ଗଙ୍ଗାଲୁର ଥାନା ଅଞ୍ଚଳରେ ନକ୍ସଲ ବିରୋଧୀ ଅପରେସନ ଆରମ୍ଭ କରିଥିଲେ । ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଉପରକୁ ହଠାତ୍ ମାଓବାଦୀମାନେ ଗୁଳି ଚଳାଇଥିଲେ । ଏହାର ଜବାବରେ ସୁରକ୍ଷାକର୍ମୀମାନେ ଗୁଳି ଚଳାଇଥିଲେ । ଏହି ଗୁଳିବିନିମୟରେ ୨୨ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe