କନକ ବ୍ୟୁରୋ : ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ରାଜଧାନୀ ଭୁବନେଶ୍ବରରେ ‘ରନ୍ ଫର୍ ୟୁନିଟି’ ମାରାଥନ୍ ଆୟୋଜିତ ହୋଇଛି । କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଉଦଘାଟନ କରିଛନ୍ତି । ଏହି ଦୌଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇଥିଲେ । ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ସାମିଲ ହୋଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଖଣ୍ଡତାର ଶପଥ ପାଠ କରାଇଥିଲେ । ଏହା ପରେ ନିଜେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ମଧ୍ୟ ଦୌଡ଼ରେ ସାମିଲ ହୋଇଥିଲେ । ଭାରତର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ନିଜ ଜୀବନ ସମର୍ପି ଦେଇଥିବା ତଥା ଭାରତର ଲୌହମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତି ଏବଂ ସମ୍ମାନରେ ଏହି କାର୍ୟ୍ୟକ୍ରମ ହେଉଛି ।