କନକବ୍ୟୁରୋ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ଜମ୍ମୁ-କଶ୍ମୀରର ପ୍ରଥମ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସାନ ଭାଇ ।
ମୁଖ୍ୟମନ୍ତ୍ରୀ କହିଛନ୍ତି,ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । 

Advertisment

ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମୋର ଦୃଢ଼ ବିଶ୍ୱାସ । ଆଗାମୀ କାର୍ଯ୍ୟକାଳ ଓ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଉଛି ଏବଂ ସଫଳତା କାମନା କରୁ ।
ମୁଖ୍ୟମନ୍ତ୍ରୀ କହିଛନ୍ତି,ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ।

ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମୋର ଦୃଢ଼ ବିଶ୍ୱାସ । ଆଗାମୀ କାର୍ଯ୍ୟକାଳ ଓ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଉଛି ଏବଂ ସଫଳତା କାମନା କରୁଛି।