କନକ ବ୍ୟୁରୋ: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମହିଳା କର୍ମଚାରୀମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ( Special CL) ସହିତ ପାଇ ପାରିବେ । ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ । ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି । ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା ।
ମୋହନ ସରକାରଙ୍କ ବଡ଼ ଘୋଷଣା । ଋତୁଶ୍ରାବ ପାଇଁ ମିଳିବ ୧୨ ଦିନ ଛୁଟି ।
୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ ମହିଳା ସରକାରୀ କର୍ମଚାରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ।
/kanak/media/media_files/2024/10/22/00uFoLBERnrkMvAiHWbF.png)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/28/2025-04-28t103046215z-348267369_658890662730311_6089886170448266075_n.jpg)