କନକ ବ୍ୟୁରୋ : ୪ ଦିନିଆ ଦିଲ୍ଳୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ସେମିକନ୍ ସମ୍ମିଳନୀ କାର୍ଯ୍ୟକ୍ରରେ ହେବେ ସାମିଲ୍ । ଆସନ୍ତା ୩ ଓ ୪ ତାରିଖରେ ଜିଏସଟି କାଉନସିଲ ବୈଠକରେ ମଧ୍ୟ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସେହିପରି ଦଳର କିଛି ଶୀର୍ଷ ନେତୃତ୍ବଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ । ଆଜି ନୂଆଦିଲ୍ଲୀର ଆଇଆଇସିସିଠାରେ ହେବାକୁ ଥିବା ଜାତୀୟ ସେମିକନ୍ ସମ୍ମିଳନୀରେ କିପରି ଭାରତକୁ ସେମିକଣ୍ଡକ୍ଟର ପାୱାର ହାଉସ୍ କରାଯାଇପାରିବ ସେନେଇ ଶୀର୍ଷସ୍ତରର ବୈଠକ ଅନୁଷ୍ଠିତ ହେବ । ତିନି ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ। ଏଥିସହ କେନ୍ଦ୍ରମନ୍ତ୍ରୀ ଅଶ୍ବୀନି ବୈଷ୍ଣବ ଓ ଜିତିନ ପ୍ରସାଦ ମଧ୍ୟ ଯୋଗ ଦେବେ। ସେମିକଣ୍ଡକ୍ଟର ଶିଳ୍ପ କ୍ଷେତ୍ରରେ ଓଡ଼ିଶାରେ ପର୍ଯ୍ୟାପ୍ତ ନିବେଶ ସୁଯୋଗ ରହିଥିବାରୁ ଏଥିରେ ସାମିଲ ହୋଇ କିପରି ଓଡ଼ିଶା ଭାଗିଦାରୀ ହୋଇପାରିବ ସେନେଇ ପ୍ରସ୍ତାବ ରଖିପାରେ ଓଡ଼ିଶା । ସେହିପରି ଦୁଇ ଦିନିଆ ଜିଏସଟି କାଉନସିଲ ବୈଠକରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ ବୋଲି ଜଣାପଡ଼ିଛି ।