ଆସୁଛି ବାତ୍ୟା ଦାନା । ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Advertisment

ଆସୁଛି ବାତ୍ୟା ଦାନା । ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି

mohan majhi pm call

କନକ ବ୍ୟୁରୋ: ଆସୁଛି ବାତ୍ୟା ଦାନା । ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଏହା ସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆ ଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସଂପର୍କରେ ମଧ୍ୟ ସୂଚନା ଦେଇଥିଲେ। ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସଂପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି । ସୂଚନାଯୋଗ୍ୟ ଯେ, ଆଜି ଅପରାହ୍ନରେ ମଧ୍ୟ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ମଧ୍ୟ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe