କନକ ବ୍ୟୁରୋ :  ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପରିବାର ସହ ଯାଇ ରାମଲାଲାଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମନ୍ଦିରରେ ଆଳତି କରିବା ସହ ପ୍ରଭୁଙ୍କ ଭବ୍ୟ ଦର୍ଶନ କରି ଖୁସି ପ୍ରକାଶ କରିଛନ୍ତି ମୋହନ ମାଝୀ ।

Advertisment

ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଭୁଙ୍କୁ ଦର୍ଶନ କରିବାର ତାଙ୍କୁ ସୌଭାଗ୍ୟ ମିଳିଛି। ଗତକାଲି ମହାକୁମ୍ଭରେ ବୁଡ଼ ପକାଇଥିଲେ ମୁଖ୍ୟମନ୍ତ୍ରୀ। ଏହା ପରେ ଅଯୋଧ୍ୟା ଯାଇ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କରିଛନ୍ତି। ଆଗାମୀ ଦିନରେ ଅଯୋଧ୍ୟାରେ ଓଡ଼ିଶା ଭବନ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ଜମି ଯୋଗାଇ ଦେବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଅନୁରୋଧ କରିବେ ବୋଲି କହିଛନ୍ତି।