ବନ୍ୟା ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆକାଶମାର୍ଗରୁ କରିବେ ସ୍ଥିତି ଅନୁଧ୍ୟାନ

Advertisment

ଲଗାଣ ବର୍ଷା ପ୍ରଭାବରେ ବୁଢାବଳଙ୍ଗ, ସୁବର୍ଣ୍ଣରେଖା ଓ ଜଳକା ନଦୀର ଜଳସ୍ତର ବଢିଛି। ବାଲେଶ୍ବର ଜିଲ୍ଲାର ବିଭିନ୍ନ ଗାଁରେ ପାଣି ପଶିଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଲେଶ୍ବର ଗସ୍ତରେ ଯାଇ ଜିଲ୍ଲାର ବନ୍ୟା ସ୍ଥିତିର ଅନୁଧ୍ୟାନ କରିବେ।

ଲଗାଣ ବର୍ଷା ପ୍ରଭାବରେ ବୁଢାବଳଙ୍ଗ, ସୁବର୍ଣ୍ଣରେଖା ଓ ଜଳକା ନଦୀର ଜଳସ୍ତର ବଢିଛି। ବାଲେଶ୍ବର ଜିଲ୍ଲାର ବିଭିନ୍ନ ଗାଁରେ ପାଣି ପଶିଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଲେଶ୍ବର ଗସ୍ତରେ ଯାଇ ଜିଲ୍ଲାର ବନ୍ୟା ସ୍ଥିତିର ଅନୁଧ୍ୟାନ କରିବେ।

mohan majhi flood

କନକ ବ୍ୟୁରୋ: ଲଗାଣ ବର୍ଷା ପ୍ରଭାବରେ ବୁଢାବଳଙ୍ଗ, ସୁବର୍ଣ୍ଣରେଖା ଓ ଜଳକା ନଦୀର ଜଳସ୍ତର ବଢିଛି। ବାଲେଶ୍ବର ଜିଲ୍ଲାର ବିଭିନ୍ନ ଗାଁରେ ପାଣି ପଶିଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଲେଶ୍ବର ଗସ୍ତରେ ଯାଇ ଜିଲ୍ଲାର ବନ୍ୟା ସ୍ଥିତିର ଅନୁଧ୍ୟାନ କରିବେ। ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ବନ୍ୟା ସ୍ଥିତିର ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ। ବାଲିଆପାଳ ଓ ଭୋଗରାଇ ବ୍ଲକର ବନ୍ୟା ସ୍ଥିତି ଦେଖିବେ ମୁଖ୍ୟମନ୍ତ୍ରୀ। ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ମଧ୍ୟମ ଧରଣର ବନ୍ୟା ହେବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି। ସେଥିପାଇଁ ଜିଲ୍ଲା ପ୍ରଶାସନକୁ ସଜାଗ ରଖାଯାଇଛି। ଆବଶ୍ୟକ ପଡିଲେ ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।  ବାଲେଶ୍ବର ଜିଲ୍ଲାପାଳ, ବାଲିଆପାଳ ତହସିଲଦାର ଏବଂ ବିଡ଼ିଓ ବନ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହିତ ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ସହିତ ଆଲୋଚନା କରୁଛନ୍ତି। ଯାତାୟତ ପାଇଁ ଦେଶୀ ଡଙ୍ଗା, ଯନ୍ତ୍ର ଚାଳିତ ଡଙ୍ଗା ବ୍ୟବସ୍ଥା କରାଯାଇଛି। ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ ଟିମ୍,ଏନଡିଆରଏଫ ଟିମ୍ ଅଗ୍ନିଶମ ବାହିନୀକୁ ମୁତୟନ କରାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe