କନକବ୍ୟୁରୋ: ଯାଜପୁରର ମା’ ବିରଜାଙ୍କ ପୀଠର ଉନ୍ନତୀକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି ।  ନାଭି ଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ , ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ପଡିଲେ ନୂଆ ପ୍ରକଳ୍ପ ବି କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି