କନକ ବ୍ୟୁରୋ : ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ମା’ ସମଲେଶ୍ବରୀ ପୀଠ ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକରୁ ଜଣାଯାଇଛି ଯେ ମା’ ସମଲେଶ୍ବରୀ ମନ୍ଦିର ବିକାଶ କାମ ୩୧୬ କୋଟି ଟଙ୍କା ବିନିଯୋଗରେ ୮୨ ଏକର ପରିମିତ ଅଞ୍ଚଳରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ ହେଉଛି । ପ୍ରଥମ ପର୍ଯ୍ୟାୟରେ ମନ୍ଦିର ଚାରିପାଖର କରିଡର ନିର୍ମାଣ, ଗୋପାଳଜିଉ ମଠର ବିକାଶ, ଦୀପ ଘର, ପାର୍କିଂ ସୁବିଧା, ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ସହିତ ଅନ୍ୟାନ୍ୟ ଯାତ୍ରୀ ଓ ଦର୍ଶନାର୍ଥୀ ସୁବିଧା ଉପଲବ୍ଧ କରାଯାଇଛି । ଦ୍ବିତୀୟ ପର୍ଯ୍ୟାୟରେ ଭକ୍ତ ନିବାସ, ଲେକ୍ ଜୋନ୍, ଦୋକାନ ଗୃହ, ଫୁଡ ପାର୍କ, ପାର୍କିଂ ଏବଂ ପ୍ରବେଶ ପଥ ବିକଶିତ କରାଯିବ । ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ସମଲେଶ୍ବରୀଙ୍କ ପୀଠରେ ବର୍ଷ ତମାମ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କ ଭିଡ଼ ଲାଗିରହିଥାଏ । ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସମସ୍ତ କାର୍ଯ୍ୟକୁ ବିଶ୍ବସ୍ତରୀୟ କରିବା ପାଇଁ ପରାମର୍ଶ ଦେଇଥିଲେ । ଏଥିସହିତ ନିର୍ମାଣ ହେବାକୁ ଥିବା ଭକ୍ତ ନିବାସରେ ଅଧିକ ସଂଖ୍ୟକ ଭକ୍ତଙ୍କ ରହଣି ସୁବିଧା ପାଇଁ ଆବଶ୍ୟକସ୍ଥଳେ ବହୁତଳ ବିଶିଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ସମଲେଶ୍ବରୀ ପୀଠ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ସବୁ କାମକୁ ବିଶ୍ବସ୍ତରୀୟ କରିବାକୁ ପରାମର୍ଶ
ପ୍ରଥମ ପର୍ଯ୍ୟାୟରେ ମନ୍ଦିର ଚାରିପାଖର କରିଡର ନିର୍ମାଣ, ଗୋପାଳଜିଉ ମଠର ବିକାଶ, ଦୀପ ଘର, ପାର୍କିଂ ସୁବିଧା, ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ସହିତ ଅନ୍ୟାନ୍ୟ ଯାତ୍ରୀ ଓ ଦର୍ଶନାର୍ଥୀ ସୁବିଧା ଉପଲବ୍ଧ କରାଯାଇଛି ।
/kanak/media/media_files/2025/10/09/samlei-pitha-2025-10-09-08-34-26.jpg)