କନକ ବ୍ୟୁରୋ : ଆଜି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭା କାର୍ଯ୍ୟକ୍ରମ ସହ ଅନ୍ୟାନ୍ୟ ଛୁଟି କାରଣରୁ ଦୀର୍ଘଦିନ ହେବ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିଥିଲା । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଲାଗି ୧୦୦୦ ଜଣ ଅଭିଯୋଗକାରୀ ସେମାନଙ୍କ ନାମ ପଞ୍ଜୀକରଣ କରିସାରିଛନ୍ତି । ପଞ୍ଜୀକୃତ ଅଭିଯୋଗକାରୀମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିଜ ନିଜର ଅଭିଯୋଗ ଜଣାଇବା ସହ ଏହାର ସମାଧାନ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କରିବେ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏହାରି ମଧ୍ୟରେ ବଦଳିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥାନ, ଆଜିଠୁ ନୂଆ ଠିକଣାରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ନୂଆ ଠିକଣା ହେଉଛି ଭିଆଇଆଇଆଇଏମଆର-୪ । ନୂଆ ସରକାର ଆସିବାର ପ୍ରାୟ ୨ ମାସ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଯୋଗ ଶୁଣାଣି ଆରମ୍ଭ କରିଥିଲେ । ପୂର୍ବରୁ ଥିବା ଅଭିଯୋଗ ଶୁଣାଣି ସ୍ଥାନରେ ଅଭିଯୋଗ ଶୁଣାଣି ହୋଇଥିଲା । ସରକାରୀ ବାସଗୃହ ନମ୍ବର ଭିଆଇଆଇଆଇଏମଆର-୩ରେ ଅଭିଯୋଗ ଶୁଣାଣୀ ଚାଲିଥିଲା । ତେବେ ଅଭିଯୋଗ ଶୁଣାଣି ଠିକଣା ବଦଳେଇବା ଲାଗି ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର। ଆଜିଠୁ ଏହି ନୂଆ ଠିକଣାରେ ଅଭିଯୋଗର ଶୁଣାଣୀ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/f8ov2XnThvkAW1gTInSU.jpg)