କନକବ୍ୟୁରୋ : ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏକ ବରିଷ୍ଠ ପ୍ରତିନିଧି ମଣ୍ଡଳ ସହ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସାରା ବିଶ୍ବର ନିବେଶକଙ୍କ ପାଇଁ ପ୍ରଥମ ପସନ୍ଦ ହେବ ।
ସିଙ୍ଗାପୁରରେ ଆମର ସ୍ପଷ୍ଟ ବାର୍ତ୍ତା ରହିବ ଓଡ଼ିଶା ନିବେଶ ପାଇଁ ସମ୍ପୂର୍ଣ ପ୍ରସ୍ତୁତ ରହିଛି। ଓଡ଼ିଶାରେ ପୁଞ୍ଜି ନିବେଶ ଓ ନିଯୁକ୍ତି ସୁଯୋଗ ବଢ଼ାଇବା ପାଇଁ ଚେଷ୍ଟା କରିବୁ । ସେଠାକାର କେମିକାଲ, ଗ୍ରିନ ଏନର୍ଜି, ବସ୍ତ୍ର ନିର୍ମାଣ, ଜାହାଜ ନିର୍ମାଣ, ଲଜିଷ୍ଟିକ, ଇଲେକ୍ଟ୍ରୋନିକ, ଆର୍ଥିକ ସେବା ଆଦି ବଡ଼ ବଡ଼ କମ୍ପାନୀ କାମ କରୁଛନ୍ତି ।
ସେହି କମ୍ପାନୀ ଗୁଡ଼ିକର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କରାଯିବ। ଓଡ଼ିଶାରେ ପ୍ରକୃତି ସମ୍ବଳ, ଦକ୍ଷ ମାନବ ସମ୍ବଳ ଉନ୍ନତ ଶିଳ୍ପ ନୀତି ସମ୍ବନ୍ଧରେ ସେଠାରେ ଜଣାଇବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆସନ୍ତା ଜାନୁଆରୀ ୨୮ ଓ ୨୯ ତାରିଖରେ ରାଜ୍ୟର ପ୍ରମୁଖ ନିବେଶକ ସମ୍ମିଳନୀ ‘ଉତ୍କର୍ଷ ଓଡ଼ିଶା ୨୦୨୫’ ଅନୁଷ୍ଠିତ ହେବାକୁ ଯାଉଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2024/11/16/j3sEFRhR9lLixIkVfFbL.jpg)