କନକ ବ୍ୟୁରୋ: ଦୁଇ ପ୍ରତିଶତ ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା । ବର୍ଦ୍ଧିତ ଭତ୍ତା ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ୍ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)
/kanak/media/media_files/2025/04/11/8dNbg6WcSq40I1TK8Pqo.jpg)