ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା : ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

Advertisment

ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା ।

ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା ।

34ୀ୫ପୱୱୱୱୱୱୱ

Photograph: (kanaknews)

କନକ ବ୍ୟୁରୋ: ଦୁଇ ପ୍ରତିଶତ ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ  ମହଙ୍ଗା ଭତ୍ତା । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା । ବର୍ଦ୍ଧିତ ଭତ୍ତା ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ୍ ମାସ ଦରମାରେ ନଗଦ ଆକାରରେ ମିଳିବ । 

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe