କନକ ବ୍ୟୁରୋ: ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ। ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତକାଲି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନଥିବା ଲିଖିତ ଉତ୍ତର ଦେଇଥିବା ମୁଖ୍ୟମନ୍ତ୍ରୀ, ଆଜି କହିଛନ୍ତି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ସରକାରଙ୍କ ବିଚାରାଧୀନ ଅଛି। ଲୋକଙ୍କୁ ତ୍ୱରିତ ଗତିରେ ନ୍ୟାୟ ଦେବା ପାଇଁ ସରକାର ବଦ୍ଧପରିକର। ହାଇକୋର୍ଟ ବେଞ୍ଚ ସମ୍ପର୍କରେ ଗତକାଲି ଯେଉଁ ଉତ୍ତର ଦିଆଯାଇଥିଲା ତାହା ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କୁହାଯାଇଥିଲା ବୋଲି ସେ କହିଛନ୍ତି ।
ରାଜ୍ୟରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଏବେ କୌଣସି ପ୍ରସ୍ତାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ସ୍ପଷ୍ଟ କରିଥିଲେ। ଅଣତାରକା ପ୍ରଶ୍ନରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ପ୍ରଶ୍ନ କରିଥିଲେ ଯେ, ବଲାଙ୍ଗୀରରେ ଓଡ଼ିଶା ହାଇକୋର୍ଟର ସର୍କିଟ ବେଞ୍ଚ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି ଏବଂ ଏ ଦିଗରେ କଣ ପଦକ୍ଷେପ ନିଆଯାଇଛି? କଳିକେଶଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖିଥିଲେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ଯଥାର୍ଥତା ନାହିଁ । ହେଲେ ଆଜି କିନ୍ତୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ସରକାରଙ୍କ ବିଚାରଧୀନ ଅଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/aubae2b7AL6Es9QLgXOS.jpg)