Photograph: (KANAKNEWS)
କନକବ୍ୟୁରୋ : ସୋମବାର ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ୧୬ତମ ଜନ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକଙ୍କ ସମସ୍ୟା ଶୁଣିଛନ୍ତି । ଅଭିଯୋଗ ଶୁଣିବା ସହ ସେସବୁର ତ୍ୱରିତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଜନତାଙ୍କ ଅକୁଣ୍ଠ ବିଶ୍ୱାସ ଓ ଆସ୍ଥା ହିଁ ଆମକୁ ପ୍ରତିଦିନ ନିରନ୍ତର ସେବା କରିବା ପାଇଁ ଅପାର ଶକ୍ତି ଯୋଗାଉଛି । ଏ ସରକାର ହେଉଛି 'ଲୋକଙ୍କ ସରକାର'। ପ୍ରଶାସନ ଓ ଜନତାଙ୍କ ମଧ୍ୟରେ ଥିବା ବ୍ୟବଧାନକୁ ଦୂର କରି ବ୍ୟବସ୍ଥାକୁ ଲୋକଙ୍କ ଅତି ନିକଟତର କରିବା ପାଇଁ ଆମେ ପ୍ରତିବଦ୍ଧ ।
ପଲ୍ୟୁସନ ସାର୍ଟିଫିକେଟ ନା’ରେ ବଡ଼ ଧରଣର ଜାଲିଆତି : ଆଦାୟ ହେଉଛି ମୋଟା ଅଙ୍କର କମିଶନ
ଜନଶୁଣାଣି, ପାରଦର୍ଶୀ ପ୍ରଶାସନ ଓ ଦ୍ରୁତ କାର୍ଯ୍ୟାନୁଷ୍ଠାନ; ଉପରେ ଆଧାରିତ ଆମର ଶାସନ ବ୍ୟବସ୍ଥା ଆଜି ସାଧାରଣ ଲୋକଙ୍କ ଦୁଆରମୁହଁରେ ପହଞ୍ଚିପାରିଛି। ଆମ ସରକାରରେ କେହି ଜଣେ ବି ଯେମିତି ନ୍ୟାୟରୁ ବଞ୍ଚିତ ନ ହେବେ, ସେଥିପାଇଁ ଆମେ ସବୁପ୍ରକାର ପ୍ରୟାସ କରୁଛୁ। ଏହି କ୍ରମରେ, ଆଜି ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ୧୬ତମ ଜନ ଶୁଣାଣି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶତାଧିକ ଭାଇ-ଭଉଣୀଙ୍କ ଅଭିଯୋଗ ଶୁଣିବା ସହ ତାହାର ତ୍ୱରିତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛି। ଆପଣଙ୍କ ଭରସା ହିଁ ଆମର ପ୍ରେରଣା। ଏକ ସମୃଦ୍ଧ, ଶକ୍ତିଶାଳୀ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଆମର ପ୍ରତ୍ୟେକଟି ପଦକ୍ଷେପ ଆପଣଙ୍କ ସେବାରେ ସମର୍ପିତ।
Follow Us