କନକବ୍ୟୁରୋ: ମହିଳାଙ୍କ ଖାତାକୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇେ ବାରିପଦା ସମାବେଶରେ ପହଞ୍ଚି ସାରିଛନ୍ତି ମୁଖ୍ୟମନ୍ତ୍ରୀ । ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ବଣ୍ଟନ ପାଇଁ ବାରିପଦା ଛଉ ପଡିଆରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ସୁଭଦ୍ରା ଯୋଜନାରେ ଏପର୍ଯ୍ୟନ୍ତ ୧ କୋଟିରୁ ଅଧିକ ମହିଳା ପଞ୍ଜିକରଣ କରିସାରିଛନ୍ତି । ତେବେ ଯେଉଁମାନେ ଏହି ପର୍ଯ୍ୟାୟରେ ସାମିଲ ହେବେ ନାହିଁ ସେମାନଙ୍କୁ ନିରାଶ ନହେବାକୁ ଅପିଲ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
ଆସିଲା ସୁଭଦ୍ରା ଟଙ୍କା :୩୫ ଲକ୍ଷ ମହିଳାଙ୍କୁ ପ୍ରଦାନ କରାଗଲା ୧୭୫୦ କୋଟି ଟଙ୍କା
ମହିଳାଙ୍କ ଖାତାକୁ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ବାରିପଦା ସମାବେଶରେ ପହଞ୍ଚିି ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ