ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କ ଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ଦିଲ୍ଲୀ ପୋଲିସର ତଦନ୍ତ ଅଗ୍ରଗତି ସମ୍ପର୍କରେ କଲେ ଆଲୋଚନା ।

Advertisment

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କ ଦୁଷ୍କର୍ମ ଘଟଣାରେ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ଦିଲ୍ଲୀ ପୋଲିସର ତଦନ୍ତର ଅଗ୍ରଗତି ସମ୍ପର୍କରେ ଆଲୋଚନା କଲେ ମୋହନ ମାଝୀ ।

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କ ଦୁଷ୍କର୍ମ ଘଟଣାରେ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ଦିଲ୍ଲୀ ପୋଲିସର ତଦନ୍ତର ଅଗ୍ରଗତି ସମ୍ପର୍କରେ ଆଲୋଚନା କଲେ ମୋହନ ମାଝୀ ।

CM REVIEW

କନକ ବ୍ୟୁରୋ: ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କ ଦୁଷ୍କର୍ମ ଘଟଣାରେ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ଦିଲ୍ଲୀ ପୋଲିସର ତଦନ୍ତର ଅଗ୍ରଗତି ସମ୍ପର୍କରେ ଆଲୋଚନା କଲେ ମୋହନ ମାଝୀ । ଅଭିଯୁକ୍ତଙ୍କୁ ଗିରଫ ପାଇଁ ଦିଲ୍ଲୀ ପୁଲିସ ସହ ଯୋଗାଯୋଗରେ ଅଛନ୍ତି ଓଡ଼ିଶାର ବରିଷ୍ଠ ପୁଲିସ ଅଧିକାରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ  ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ଆଦି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୁଙ୍ଖାନୁପଙ୍ଖ ସମୀକ୍ଷା କରିଛନ୍ତି। ଏହି ଅବସରରେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଆଇଜି ଏସ. ସାଇନି ଏହି ମାମଲାର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ସୂଚନା ପ୍ରଦାନ କରିଥିଲେ। ରାଜ୍ୟ ସରକାରଙ୍କ ସହଯୋଗରେ ପୀଡିତାଙ୍କ ପରିବାର ସଦସ୍ୟ ସେଠାରେ ଉପସ୍ଥିତ ରହିଛନ୍ତି। ଉକ୍ତ ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କରାଯିବା ସହ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଓଡିଶା ପୋଲିସର ବରିଷ୍ଠ ପୋଲିସ ଅଧିକାରୀଗଣ ଦିଲ୍ଲୀ ପୋଲିସ ସହ ଯୋଗାଯୋଗରେ ରହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe