କନକ ବ୍ୟୁରୋ: ପ୍ରଥମେ ଓଡ଼ିଆ, ହିନ୍ଦୀ ଏବଂ ଇଂରାଜୀରେ ନିଜର ଅଭିଭାଷଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଆପଣମାନଙ୍କ ଉପସ୍ଥିତି ଭୁବନେଶ୍ଵର ପାଇଁ ଆଣିଛି ଖୁସିର ଲହରୀ । ଏହି ସମୟ ଆପଣମାନଙ୍କ ସ୍ମୃତିରେ ରହିବ । ଏହି କାର୍ଯ୍ୟକ୍ରମ ଆୟୋଜନ ଓଡ଼ିଶା ପାଇଁ ଗର୍ବର ବିଷୟ । ଆପଣ ମାନେ ଆମର ସାଂସ୍କୃତିକ ଆମ୍ବାସଡର, ଆପଣ ମାନେ ଆମର ଗର୍ବ । ଆମର ବିଶ୍ବାସ ଏହି ଅନୁଭୂତିକୁ ବିଶ୍ଵ ଦରବାରରେ ଆପଣ ମାନେ ପହଞ୍ଚାଇବେ ।
ବିକଶିତ ଭାରତ ପାଇଁ ପ୍ରବାସୀ ଭାରତୀୟଙ୍କ ଅନେକ ଅବଦାନ ରହିଛି । କୋଣାର୍କ ସୂର୍ଯ୍ୟ ମନ୍ଦିର, ପୁରୀ ଶ୍ରୀ ମନ୍ଦିର ସହ ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରନ୍ତୁ ବୋଲି ପ୍ରବାସୀ ଅତିଥିମାନଙ୍କୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଇଟି ଏବଂ ସ୍କିଲ୍ ଡେଭେଲପମେଣ୍ଟ କ୍ଷେତ୍ରରେ ଓଡ଼ିଶା ଏବେ ଆଗକୁ ବଢୁଛି । ଟେକ୍ନୋଲଜି, ଅକ୍ଷୟ ଶକ୍ତି, ଶିକ୍ଷା ଓ ପର୍ଯ୍ୟଟନ କ୍ଷେତ୍ରରେ ଓଡ଼ିଶାରେ ବହୁତ ସମ୍ଭାବନା ଅଛି । ଆପଣ ମାନଙ୍କ ଉପଲବ୍ଧି ଆମକୁ ଖୁସି ଦେଇଥାଏ । ପୁରୀ, କୋଣାର୍କ, ଚିଲିକା ଭଳି ପର୍ୟ୍ୟଟନ ସ୍ଥଳୀ ବୁଲିବା ସହ, ଡାଲମା, ଛେନାପୋଡ଼, ରସଗୋଲା ଭଳି ଓଡ଼ିଆ ଖାଦ୍ୟର ଆନନ୍ଦ ନିଅନ୍ତୁ ବୋଲି କହିଲେ ମୁଖ୍ୟମନ୍ତ୍ରୀ । ଏହା ଦ୍ବାରା ଓଡ଼ିଶା ସହ ଆପଣ ମାନଙ୍କ ସମ୍ପର୍କ ଆହୁରି ମଜବୁତ ହେବ । ଏକାଠି କାମ କଲେ ଆମେ ଆହୁରି ସଶକ୍ତ ହେବା ଏବଂ ବିକଶିତ ଭାରତ ଗଠନ ହେବ । ପ୍ରବାସୀ ଭାରତୀୟ ଦିବସ କାର୍ୟ୍ୟକ୍ରମ ଓଡ଼ିଶାର ଆୟୋଜନ କରିବା ପାଇଁ ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/media_files/2025/01/08/gDA4XGDHn7tX8zM8XE5Z.jpg)