କନକ ବ୍ୟୁରୋ: ଅଶାନ୍ତ ହୋଇଛି ସୁନ୍ଦରଗଡ଼ । ଜିଲ୍ଲାର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ଯୋଗୁଁ ଭୟଙ୍କର ସ୍ଥିତି ଉପୁଜିଛି । ଯେଉଁଥିରେ ୪ ପୁଲିସ କର୍ମୀଙ୍କ ସମେତ ୧୨ ଆହତ ହୋଇଛନ୍ତି । ହିଂସାକାଣ୍ଡ ଓ ଉତ୍ତେଜନାକୁ କାବୁ କରିବା ପାଇଁ ସହରରେ ୧୬୩ ଧାରା ବଳବତ୍ତର ରହିଛି । ଇଣ୍ଟରନେଟ୍ ଉପରେ ଲଗାଯାଇଛି କଟକଣା । ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ସହରରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ଆଜି ସୁନ୍ଦରଗଡ଼ ସହରରେ ବନ୍ଦ ରହିବ ସ୍କୁଲ ଓ କଲେଜ । ହିଂସାକାଣ୍ଡ ଓ ଉତ୍ତେଜନାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ସହର ଓ ଏହାର ଆଖପାଖ ଅଞ୍ଚଳର ସମସ୍ତ ସରକାରୀ ବେସରକାରୀ ସ୍କୁଲ ଓ କଲେଜ ଆଜି ବନ୍ଦ ରହିବ। କୌଣସି ଏକ ଗୁଜବକୁ ନେଇ ସୁନ୍ଦରଗଡ଼ ଜିଲ୍ଲାର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଉତ୍ତେଜନା ହୋଇଥିଲା । ଯାହା ପରବର୍ତ୍ତୀ ସମୟରେ ହିଂସାର ରୂପ ନେଇଥିଲା। ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି, ଏସପି, ଅତିରିକ୍ତ ଜିଲ୍ଲାପାଳ ଏବଂ ଉପ ଜିଲ୍ଲାପାଳ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ।
ଅଧିକ ପଢନ୍ତୁ: ବାଲେଶ୍ୱର ସହରରେ ଇଣ୍ଟରନେଟ୍ ସେବା ବନ୍ଦ, ଲାଗୁ ହେଲା କର୍ଫ୍ୟୁ ; ସ୍ଥିତି ଉପରେ ପୁଲିସ ଡିଜି ଓ ମୁଖ୍ୟ ଶାସନ ସଚିବଙ୍କ ନଜର ।
ସୁନ୍ଦରଗଡ଼ରେ ଇଣ୍ଟରନେଟ୍ ସେବା ବନ୍ଦ
ଆଜି ସନ୍ଧ୍ୟା ୬ଟା ଯାଏଁ କଟକଣା
ଗୁରୁବାର ସନ୍ଧ୍ୟା ୬ଟାରୁ ଇଣ୍ଟରନେଟ୍ ସେବା ବନ୍ଦ ରହିଛି
ପୂରା ସୁନ୍ଦରଗଡ଼ ସହରରେ BNS ୧୬୩ ଜାରି
ଆଜି ସୁନ୍ଦରଗଡ଼ ସହରରେ ବନ୍ଦ ରହିବ ସ୍କୁଲ ଓ କଲେଜ
ସମସ୍ତ ସରକାରୀ ବେସରକାରୀ ସ୍କୁଲ, କଲେଜ ଆଜି ବନ୍ଦ ରହିବ
ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ
ସଂଘର୍ଷରେ ୪ ପୁଲିସ କର୍ମୀଙ୍କ ସମେତ ୧୨ ଆହତ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2026/01/16/internet-services-suspended-2026-01-16-07-33-07.jpg)