କନକ ବ୍ୟୁରୋ : ବ୍ୟବସ୍ଥାର ଅତ୍ୟାଚାରକୁ ସହିନପାରି ଆତ୍ମହତ୍ୟା କରିଥିବା ଫକୀରମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ସୌମ୍ୟାଶ୍ରୀଙ୍କ ପରିବାରକୁ ରାଜ୍ୟ ସରକାର ୨୦ ଲକ୍ଷ ଟଙ୍କା ଦେବେ । ଏନେଇ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ସୂଚନା ଦେଇଛନ୍ତି ।
ସୂଚନା ଥାଉକି, କଲେଜର ଜଣେ ଅଧ୍ୟକ୍ଷଙ୍କ ଅତ୍ୟାଚାରକୁ ସହିନପାରି ଛାତ୍ରୀ ସୌମ୍ୟାଶ୍ରୀ ବିଶି ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ଏମ୍ସରେ ଚିକିତ୍ସା କରାଯାଉଥିବା ବେଳେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଜୋର ଧରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/07/15/1-2025-07-15-10-30-22.jpg)