ସୌମ୍ୟାଶ୍ରୀଙ୍କ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସରକାର ଦେବେ ୨୦ ଲକ୍ଷ ଟଙ୍କା

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ସୌମ୍ୟାଶ୍ରୀଙ୍କ ପରିବାରକୁ ରାଜ୍ୟ ସରକାର ୨୦ ଲକ୍ଷ ଟଙ୍କା ଦେବେ । ଏନେଇ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ସୂଚନା ଦେଇଛନ୍ତି । 

1

କନକ ବ୍ୟୁରୋ : ବ୍ୟବସ୍ଥାର ଅତ୍ୟାଚାରକୁ ସହିନପାରି ଆତ୍ମହତ୍ୟା କରିଥିବା ଫକୀରମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ସୌମ୍ୟାଶ୍ରୀଙ୍କ ପରିବାରକୁ ରାଜ୍ୟ ସରକାର ୨୦ ଲକ୍ଷ ଟଙ୍କା ଦେବେ । ଏନେଇ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ସୂଚନା ଦେଇଛନ୍ତି । 

ସୂଚନା ଥାଉକି, କଲେଜର ଜଣେ ଅଧ୍ୟକ୍ଷଙ୍କ ଅତ୍ୟାଚାରକୁ ସହିନପାରି ଛାତ୍ରୀ ସୌମ୍ୟାଶ୍ରୀ ବିଶି ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ଏମ୍ସରେ ଚିକିତ୍ସା କରାଯାଉଥିବା ବେଳେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଜୋର ଧରିଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe