କନକ ବ୍ୟୁରୋ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି । କେନ୍ଦ୍ର ସରକାରଙ୍କ ସହଯୋଗରେ ଦୁଇ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା ଜରିଆରେ ସମାଧାନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ରୀୟ ଜଳ କମିସନରେ ସମସ୍ୟା ସମାଧାନ ପାଇଁ ହେଉଥିବା ଉଦ୍ୟମ ମନ୍ଥର ଗତିରେ ଚାଲିଥିବାରୁ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରାଯାଇ ଏହି ସମସ୍ୟାର ସମାଧାନ କରାଯାଇପାରିବ । ଏଥିରେ କେନ୍ଦ୍ର ଜଳ କମିସନ ବୈଷୟିକ ସହଯୋଗ ପ୍ରଦାନ କରିପାରିବ । ଏହାଦ୍ୱାରା ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଥିବା ଦୀର୍ଘଦିନର ବିବାଦ ସମାଧାନ ହୋଇପାରିବ ଏବଂ ଉଭୟ ରାଜ୍ୟ ମଧ୍ୟରେ ସୁସମ୍ପର୍କ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପୂର୍ବରୁ ଫେବ୍ରୁଆରି ମାସରେ ରାଜସ୍ଥାନରେ ହୋଇଥିବା ସର୍ବଭାରତୀୟ ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀମାନଙ୍କର ସମ୍ମିଳନୀ ଅବସରରେ ଏବଂ ମାର୍ଚ୍ଚ ମାସରେ ଭୁବନେଶ୍ୱରରେ ହୋଇଥିବା ବିଶ୍ୱ ଜଳଦିବସ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ମଧ୍ୟରେ ଏ ବିଷୟରେ ଆଲୋଚନା ହୋଇଥିଲା । ଉଭୟ ମୁଖ୍ୟମନ୍ତ୍ରୀ ଏହାର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ । ଏହା ସହିତ ଦୁଇ ରାଜ୍ୟର ଉଚ୍ଚସ୍ତରୀୟ ପଦାଧିକାରୀ ମାନଙ୍କ ମଧ୍ୟରେ ଏ ସମ୍ପର୍କରେ ଆଲୋଚନା ଜାରି ରହିଛି ।
ମହାନଦୀ ଜଳ ବିବାଦ: ଦୁଇ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା
ମହାନଦୀ ଜଳବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ । ଟ୍ରିବ୍ୟୁନାଲରେ ଗଡ଼ି ଚାଲିଛି ମାମଲା । କେନ୍ଦ୍ର ସହାୟତାରେ ଦୁଇ ରାଜ୍ୟ ମଧ୍ୟରେ ଆପୋଷ ସମାଧାନ ଉପରେ ଗୁରୁତ୍ୱ ।
/kanak/media/media_files/2025/07/24/4-mahanadi-2025-07-24-08-08-08.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/28/2025-04-28t103046215z-348267369_658890662730311_6089886170448266075_n.jpg)