ଦିଲ୍ଲୀରେ ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କହିଲେ ମାର୍ଗଦର୍ଶନ ପାଇଁ କୃତଜ୍ଞ

Advertisment

ଦିନିକିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ । ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ କଲେ ସାକ୍ଷାତ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡାଙ୍କୁ ଭେଟି ଗୁରୁତ୍ବପୂର୍ଣ୍ଣ ବିଷୟ ଉପରେ କଲେ ଆଲୋଚନା । 

ଦିନିକିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ । ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ କଲେ ସାକ୍ଷାତ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡାଙ୍କୁ ଭେଟି ଗୁରୁତ୍ବପୂର୍ଣ୍ଣ ବିଷୟ ଉପରେ କଲେ ଆଲୋଚନା । 

Mohan Majhi 1

କନକ ବ୍ୟୁରୋ: ଦିନିକିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ନୂଆଦିଲ୍ଲୀରେ । ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କଲେ । ଏହାକୁ ନେଇ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି ମୋହନ ମାଝୀ । ସେ ଲେଖିଛନ୍ତି, "ଆଜି ନୂଆଦିଲ୍ଲୀରେ ମାନନୀୟ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାର ସୁଯୋଗ ପ୍ରାପ୍ତ ହେଲା । ଏହି ଅବସରରେ ରାଜ୍ୟରେ ଆମ ସରକାରଙ୍କ ବିକାଶମୂଳକ କାର୍ଯ୍ୟ, ଜନକଲ୍ୟାଣ ଯୋଜନା ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କଲି। ଉପରାଷ୍ଟ୍ରପତିଙ୍କୁ 'ଓଡ଼ିଶା ଭିଜନ୍ ୨୦୩୬ | ୨୦୪୭' ପ୍ରଦାନ କରି ରାଜ୍ୟର ଦୀର୍ଘମିଆଦୀ ଲକ୍ଷ୍ୟ ସମ୍ପର୍କରେ ଅବଗତ କରାଇଲି । ତାଙ୍କର ପ୍ରେରଣା ଓ ମାର୍ଗଦର୍ଶନ ପାଇଁ କୃତଜ୍ଞ ।"

ଏହାସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସାକ୍ଷାତକାର ବିଭିନ୍ନ ସାଙ୍ଗଠନିକ ବିଷୟ, ରାଜନୈତିକ ପରିସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି । ସେହିପରି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍‌ଙ୍କୁ ବି ଭେଟିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ସରକାରଙ୍କ ବିକାଶମୂଳକ କାର୍ୟ୍ୟ, ଜନକଲ୍ୟାଣ ଯୋଜନା ଓ ଭବିଷ୍ୟତ କାର୍ୟ୍ୟପନ୍ଥା ଉପରେ ଉପରାଷ୍ଟ୍ରପତିଙ୍କ ସହ ଆଲୋଚନା କରିଛନ୍ତି ମୋହନ ମାଝୀ। ଏଥିସହ ଉପରାଷ୍ଟ୍ରପତିଙ୍କୁ 'ଓଡ଼ିଶା ଭିଜନ୍ ୨୦୩୬-୨୦୪୭'  ପ୍ରଦାନ କରିଛନ୍ତି ମୋହନ ମାଝୀ। ଦିନିକିଆ ଗସ୍ତରେ ଅନ୍ୟାନ କାର୍ଯ୍ୟକ୍ରମରେ ଯୋଗଦେଇ ସନ୍ଧ୍ୟାରେ ଭୁବନେଶ୍ବର ଫେରିବେ ମୁଖ୍ୟମନ୍ତ୍ରୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe