CM Mohan Majhi Photograph: (Kanak News)
କନକ ବ୍ୟୁରୋ : ଆଜି ନୀଳଗିରିରେ ଏକତା ପଦଯାତ୍ରା । ଏଥିପାଇଁ ନୀଳଗିରିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ନୀଳଗିରି କଲେଜ ପଡ଼ିଆରେ ପହଞ୍ଚିବା ପରେ ତାଙ୍କୁ ପୋଲିସ ପ୍ରଶାସନ ଦ୍ୱାରା ସମ୍ବର୍ଦ୍ଧନା କରାଯିବା ସହ କଲେଜ ଛାତ୍ରଛାତ୍ରୀ ଓ ସମସ୍ତ ବିଜେପି କର୍ମୀଙ୍କ ଦ୍ୱାରା ସ୍ୱାଗତ କରାଯାଇଛି । ଜଗନ୍ନାଥ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୋଲିସ ପଡ଼ିଆରେ ଜନସାଧାରଣଙ୍କୁ ସମ୍ବୋଧନ କରିବା ପରେ ଏକତା ପଦଯାତ୍ରା କାର୍ଯ୍ୟକ୍ରମ ରହିଛି ।
ଅଧିକ ପଢ଼ନ୍ତୁ : ଏଏସଓ ମୁଖ୍ୟ ଲିଖିତ ପରୀକ୍ଷା ରଦ୍ଦ: ଡିସେମ୍ୱର ୭ ତାରିଖରେ ହେବ ସାନି ପରୀକ୍ଷା
ସେପଟେ କାଲି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ହେବ । ଏନେଇ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ । ନ୍ୟାସନାଲ କଲେଜରେ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗରୁମ ମଧ୍ୟରେ ଥିବା ସମସ୍ତ ଇଭିଏମ ଓ ଭିଭିପାଟ ମେସିନ୍ ଗୁଡ଼ିକ ଆସନ୍ତାକାଲି କାଉଣ୍ଟିଙ୍ଗ ହଲକୁ ଅଣାଯିବ ।
ଭୋଟ ଗଣତି ପାଇଁ ୧୪ଟି ଗଣତି ଟେବୁଲ୍ ଓ ପୋଷ୍ଟାଲ ଭୋଟ ପାଇଁ ଗୋଟିଏ ଟେବୁଲ୍ ବ୍ୟବସ୍ଥା କରାଯାଇଛି l ପ୍ରଥମେ ପୋଷ୍ଟାଲ ବାଲାଟ ସକାଳ ୮ଟା ସମୟରେ ଗଣାଯିବ । ଏହାପରେ ୮ଟା ୩୦ରେ ଇଭିଏମ ମେସିନ୍ର ଭୋଟ ଗଣନା ଆରମ୍ଭ ହେବ। ଏହା ୨୬ ରାଉଣ୍ଡରେ ସମାପ୍ତ ହେବ l ଭୋଟିଂ ମେସିନର ତଥ୍ୟକୁ ଫର୍ମ ୧୭-ସି ସହିତ ମେଳ କରାଯିବ l ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ପାଞ୍ଚଟି ପୋଲିଂ ସେଣ୍ଟରର ଭିଭିପାଟ ସ୍ଲିପ୍ଗୁଡ଼ିକ ଗଣାଯାଇ ଇଭିଏମ ଫଳାଫଳ ସହ ମେଳ କରାଯିବ । ସମସ୍ତ ଗଣନା ପ୍ରକ୍ରିୟା ସିସିଟିଭି ନଜରରେ କରାଯିବ ଓ ଏସବୁର ଭିଡିଓ ରେକର୍ଡିଂ ହେବ l ଏହାର ତଦାରଖ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ପୋଲିସ ପ୍ରଶାସନ ଉପସ୍ଥିତ ରହିବେ l ଅନ୍ତିମ ରାଉଣ୍ଡ ଶେଷ ହେବା ପରେ ନିର୍ବାଚନ ଅଧିକାରୀ ଦ୍ୱାରା ବିଜେତା ପ୍ରାର୍ଥୀଙ୍କ ନାମ ଘୋଷଣା ହେବ ଓ ତାଙ୍କୁ ଜୟ ସନଦ ପ୍ରଦାନ କରାଯିବ ।
Follow Us