ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ।

Advertisment

ମହିଳା ଉତ୍ପୀଡନକାରୀଙ୍କ ପାଇଁ ଆକ୍ସନ ମୋଡରେ ମୋହନ ସରକାର ।

ମହିଳା ଉତ୍ପୀଡନକାରୀଙ୍କ ପାଇଁ ଆକ୍ସନ ମୋଡରେ ମୋହନ ସରକାର ।

mohan

କନକ ବ୍ୟୁରୋ: ମହିଳା ଉତ୍ପୀଡନକାରୀଙ୍କୁ ନେଇ ଆକ୍ସନ ମୋଡରେ ମୋହନ ସରକାର। ଏଭଳି ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ  ଆରକ୍ଷୀ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନିକଟରେ ମହିଳାମାନଙ୍କ ଉପରେ ହେଉଥିବା ହିଂସା ଉପରେ ଭାରତର ରାଷ୍ଟ୍ରପତି ମଧ୍ୟ କ୍ଷୋଭ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ତଥା ଭାରତୀୟ ସାକ୍ଷ୍ୟ ଅଧିନିୟମ ଅନୁଯାୟୀ ମହିଳାମାନଙ୍କ ସୁର‍କ୍ଷା ସହିତ ଲିଙ୍ଗଗତ ହିଂସାର ଶିକାର ହେଉଥିବା ମହିଳାମାନଙ୍କୁ ତୁତନ୍ତ ନ୍ୟାୟ ପ୍ରଦାନ କରିବା ହେଉଛି ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହି କ୍ରମରେ FIR ପଞ୍ଜୀକରଣଠୁ ଆରମ୍ଭ କରି ତ୍ୱରିତ ତଦନ୍ତ ପ୍ରକ୍ରିୟା ଏବଂ ଦୋଷୀଙ୍କ ବିରୁଦ୍ଧରେ ମୋକଦ୍ଦମା ପରିଚାଳନା ପର୍ୟ୍ୟନ୍ତ ସମସ୍ତ ନ୍ୟାୟିକ ପ୍ରକ୍ରିୟା ଆଇନ ମୁତାବକ ସମ୍ପୂର୍ଣ୍ଣ କରିବା ଏବଂ ଦୋଷୀଙ୍କ ଦଣ୍ଡ ବିଧାନକୁ ସୁନିଶ୍ଚିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆବଶ୍ୟକସ୍ଥଳେ ପୋଲିସ ଅଧିକାରୀଙ୍କ ପାଇଁ ପ୍ରଶିକ୍ଷଣ ବ୍ୟବସ୍ଥା କରିବା ପାଇଁ ମଧ୍ୟ ସେ କହିଛନ୍ତି ।

ମହିଳା ସୁରକ୍ଷା ସମ୍ପର୍କିତ ଏଜେଣ୍ଡାକୁ ନେଇ ଖୁବଶୀଘ୍ର ଏକ ରାଜ୍ୟସ୍ତରୀୟ ପୋଲିସ ସମ୍ମିଳନୀ  କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାର ମହିଳା ହିଂସା ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି ଆପଣାଇଛନ୍ତି । ଯଦି କୌଣସି ପୋଲିସ ଅଧିକାରୀ ମହିଳାଙ୍କୁ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଅବହେଳା କରନ୍ତି ତେବେ ତାଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ୟ୍ୟାନୁଷ୍ଠାନ ନେବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe