କନକ ବ୍ୟୁରୋ : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଖରେ ପହଂଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ମନଖୋଲି କଥା ହୋଇଛନ୍ତି । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି । 

Advertisment

କହିରଖୁ କି ଡିହାଇଡ୍ରେସନ କାରଣରୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ସେ ନବୀନ ନିବାସ ଫେରିଛନ୍ତି । ସେବେଠାରୁ ଦଳମତ ନିର୍ବିଶେଷରେ ଅନେକ ନେତା ଓ ସମର୍ଥକ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରୁଛନ୍ତି ।