ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମନଖୋଲି କଥା ହେଲେ, ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଖରେ ପହଂଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ମନଖୋଲି କଥା ହୋଇଛନ୍ତି । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି । 

33

କନକ ବ୍ୟୁରୋ : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଖରେ ପହଂଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ମନଖୋଲି କଥା ହୋଇଛନ୍ତି । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି । 

କହିରଖୁ କି ଡିହାଇଡ୍ରେସନ କାରଣରୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ସେ ନବୀନ ନିବାସ ଫେରିଛନ୍ତି । ସେବେଠାରୁ ଦଳମତ ନିର୍ବିଶେଷରେ ଅନେକ ନେତା ଓ ସମର୍ଥକ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରୁଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe