କନକ ବ୍ୟୁରୋ: ବାତ୍ୟାର ସଫଳ ମୁକାବିଲା ନେଇ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟା 'ଦାନା', ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ । ସରକାରଙ୍କ 'ଜିରୋ କାଜୁଆଲଟି' ନୀତିକୁ  ସଫଳତାର ସହିତ କାର୍ଯ୍ୟକାରୀ କରିଥିବାରୁ ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟ, ସାଂସଦ, ବିଧାୟକ, ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।