କନକ ବ୍ୟୁରୋ : ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ବର ଜନତା ମଇଦାନକୁ ବିରାଟ ରୋଡ୍‌ ସୋ’ରେ ଯାଇ ମୋହନ ମାଝୀ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କିପରି ହୋଇଛି ପ୍ରସ୍ତୁତି, ସେନେଇ ସମୀକ୍ଷା କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜନତା ମଇଦାନକୁ ଯାଇ ପ୍ରସ୍ତୁତିର ତଦାରଖ କରିଛନ୍ତି । ତାଙ୍କ ସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଭିନ୍ନ ବିଭାଗର ମନ୍ତ୍ରୀ ବୁଲି ଦେଖିଛନ୍ତି । କାଲି ମୋଦୀ ଷଷ୍ଠଥର ପାଇଁ ଓଡ଼ିଶା ଆସୁଛନ୍ତି । ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ଉତ୍ସବ ପାଇଁ ଜନତା ମଇଦାନରେ ବିରାଟ ଆୟୋଜନ କରାଯାଇଛି । ପ୍ରାୟ ୫୦ ହଜାର ଲୋକଙ୍କ ପାଇଁ ବ୍ୟବସ୍ଥା ହୋଇଛି ।