କନକ ବ୍ୟୁରୋ: ଆଜି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ଜିଲ୍ଲାରେ କେମିତି ଚାଲିଛି ଧାନ ସଂଗ୍ରହ ପ୍ରକ୍ରିୟା ମୁଖ୍ୟମନ୍ତ୍ରୀ ତାର ସମୀକ୍ଷା କରିବେ। ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ, ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଧ୍ୟ ଉପସ୍ଥିତ ରହିବେ ।
ଅଧିକ ପଢନ୍ତୁ: ରାଜ୍ୟରେ ଧାନକିଣାକୁ ନେଇ ବଢୁଛି ଦ୍ୱନ୍ଦ୍ୱ ; ମଣ୍ଡି ଖୋଲି ମଧ୍ୟ ଉଠୁନି ଧାନ
ଧାନ ସଂଗ୍ରହ, ମଣ୍ଡି ବ୍ୟବସ୍ଥା ନେଇ ମନ୍ତ୍ରୀ ଓ ଅଧିକାରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଖରିଫ ୨୦୨୫-୨୬ ଧାନ ସଂଗ୍ରହର ସମୀକ୍ଷା ହୋଇଛି । ଚାଷୀଙ୍କୁ ଧାନ ସଂଗ୍ରହ ପ୍ରକ୍ରିୟାରେ ସହଯୋଗ କରିବା ଓ ସେମାନଙ୍କ ସମସ୍ୟାର ତ୍ୱରିତ ସମାଧାନ କରିବାକୁ ଅଧିକାରୀମାନଙ୍କୁ ଉପମୁଖ୍ୟମନ୍ତ୍ରୀ କଡାକଡି ନିର୍ଦ୍ଦେଶ ଦେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/12/24/mohan-mahji-2025-12-24-08-05-39.jpg)