କନକ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୪ ଦିନିଆ ହରିୟାଣା ଓ ମହାରାଷ୍ଟ୍ର ଗସ୍ତ । ଅପରାହ୍ନରେ ହରୟାଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡଠାରେ ନବ ଗଠିତ ହରିଆନା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ । ସେହିଦିନ ଅପରାହ୍ନରେ ଚଣ୍ଡିଗଡଠାରେ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ । ୧୮ ଓ ୧୯ ତାରିଖରେ ମୁମ୍ବାଇରେ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁମ୍ବାଇରେ ଆୟୋଜିତ ହେବାକୁ ଥିବା ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ରାଜ୍ୟର ଅନ୍ୟ ବରିଷ୍ଠ ଅଧିକାରୀ ଯୋଗଦେବେ।
ରାଜ୍ୟରେ ଶିଳ୍ପାୟନ ପାଇଁ ଦିଲ୍ଲୀ ପରେ ମୁମ୍ବାଇରେ ନିବେଶକ ଓ ପୁଞ୍ଜି ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବେ । ଏହାସହ ୧୮ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଇଣ୍ଡିଆ କେମ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ । ଯାହାର ଉଦଘାଟନ କରିବେ କେନ୍ଦ୍ର ରସାୟନ ମନ୍ତ୍ରୀ ଜେପି ନଡ୍ଡା । ୧୯ ତାରିଖ ସକାଳେ ସେ ମୁମ୍ବାଇର ହୋଟେଲ ଙଭରକ୍ସକ୍ଟସ ଠାରେ ଆଗାମୀ ‘ଗବଳର ଓଦ୍ଭ ଙୟସଗ୍ଦଷବ’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ । ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ ।