କନକ ବ୍ୟୁରୋ: ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ । ବାହୁଡ଼ାଯାତ୍ରା ନେଇ କରିବେ ସମୀକ୍ଷା । ସେବାୟତଙ୍କ ସହ ଆଲୋଚନା କରିବା ସହ ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ଯୋଗଦେଇ ପାରନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦଳଚକଟା ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ । ଘଟଣାକୁ ନେଇ ମଧ୍ୟ ଅଧିକାରୀଙ୍କ ସହ ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ ।
ରଥଯାତ୍ରା ଦିନ ଗୁଣ୍ଡିଚା ମନ୍ଦିର ସାମ୍ନାରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଯେଉଁଥିରେ ୩ ଜଣ ଭକ୍ତଙ୍କ ଜୀବନ ଯାଇଥିବା ବେଳେ ଶତାଧିକ ଆହତ ହୋଇଥିଲେ । ତେବେ ଏହି ଘଟଣା ସାରା ରାଜ୍ୟବାସୀଙ୍କୁ ଦୁଃଖ ଦେଇଥିଲା । ତେବେ ଏହି ଘଟଣା ପରେ ସରକାର ଅବ୍ୟବସ୍ଥା କହି ଘେରିଥିଲେ ବିରୋଧୀ । ଏହି ଘଟଣା ପରେ ଏବେ ମୁଖ୍ୟମନ୍ତ୍ରୀ ପ୍ରଥମଥର ପାଇଁ ପୁରୀ ଗସ୍ତରେ ଯାଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/media_files/2025/07/01/29cm-2025-07-01-14-07-58.jpg)