କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଗସ୍ତର ଆଜି ଦ୍ବିତୀୟ ଦିନ, ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ ମୋହନ ମାଝୀ । କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ନୂତନ ବିଲ୍ଡିଂର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ କୋରାପୁଟ ଡିଏଭି କଲେଜ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ। ପରେ ସଦଭାବନା ଗୃହରେ କୋରାପୁଟର ଜିଲ୍ଳାର ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନରେ ଭୁବନେଶ୍ବର ଫେରିଆସିବେ ମୁଖ୍ୟମନ୍ତ୍ରୀ।
- ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଗସ୍ତର ଦ୍ବିତୀୟ ଦିନ
- ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ହେବେ ସାମିଲ
- ସହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲ ଯିବେ
- ୬୫୦ ଶଯ୍ୟା ବିଶିଷ୍ଟ ନୂତନ ବିଲ୍ଡିଂର କରିବେ ଉଦଘାଟନ
- କୋରାପୁଟର ଜିଲ୍ଳାର ବିକାଶମୂଳକ ପ୍ରକଳ୍ପର କରିବେ ସମୀକ୍ଷା