କନକ ବ୍ୟୁରୋ: ଖରିଫ ପୂର୍ବରୁ ବଳକା ଚାଉଳକୁ ନେଇ ବିଧାନସଭା ଗୃହରେ ଉଦବେଗ। ଶାସକ-ବିରୋଧୀ ମୁହାଁମୁହିଁ । ରାଜ୍ୟରେ ୧୩ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବଳକା ଅଛି। ଏହି ଚାଉଳ କେନ୍ଦ୍ର ସରକାରଙ୍କୁ ନେବା ପାଇଁ ବାରମ୍ବାର ଅନୁରୋଧ କରାଯାଇଛି। ଯଦି ସରକାର ଚାଉଳ ନ ଉଠାନ୍ତି, ତେବେ ଏହାକୁ ନିଲାମ କରିବାକୁ ଯୋଜନା କରୁଛନ୍ତି ସରକାର ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏହାସହ ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ୧୧ଟି ଜିଲ୍ଲାକୁ ୩ ମାସର ଅଧିକ ଚାଉଳ ଦିଆଯାଇଛି । ରାଜ୍ୟରେ ମୋଟ ୬୩ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଉତ୍ପାଦନ ହୋଇଥିଲା। ଯେଉଁଥିରୁ ୫୦ ଲକ୍ଷ ମେଟ୍ରିକ୍ ଟନ୍ ବ୍ୟବହାର ହୋଇଛି। ତେବେ ୮ ବର୍ଷରେ କେନ୍ଦ୍ର ସରକାରଙ୍କ ଉପରେ ୮ ହଜାର କୋଟି ଟଙ୍କା ବାକି ରହିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ତେବେ ଏନେଇ ଆଜି ବିଜେଡି ବିଧାୟକ ପ୍ରତାପ ଦେବ ଗୃହରେ ପ୍ରଶ୍ନ କରିଥିଲେ, ଯାହାର ଉତ୍ତର ରଖିଥିଲେ ଯୋଗାଣ ମନ୍ତ୍ରୀ । ଆଉ ଏହି ସମୟରେ ବିଧାନସଭାରେ ଦେଖିବାକୁ ମିଳିଥିଲା କିଛି ରୋଚକ ଦୃଶ୍ୟ...
ବଳକା ଚାଉଳକୁ ନେଇ ବିଧାନସଭା ଗୃହରେ ଉଦବେଗ; ଶାସକ-ବିରୋଧୀ ମୁହାଁମୁହିଁ
ଖରିଫ ପୂର୍ବରୁ ବଳକା ଚାଉଳକୁ ନେଇ ବିଧାନସଭା ଗୃହରେ ଉଦବେଗ। ଶାସକ-ବିରୋଧୀ ମୁହାଁମୁହିଁ । ରାଜ୍ୟରେ ୧୩ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବଳକା ଅଛି। ଏହି ଚାଉଳ କେନ୍ଦ୍ର ସରକାରଙ୍କୁ ନେବା ପାଇଁ ବାରମ୍ବାର ଅନୁରୋଧ କରାଯାଇଛି। ଯଦି ସରକାର ଚାଉଳ ନ ଉଠାନ୍ତି, ତେବେ ଏହାକୁ ନିଲାମ କରିବାକୁ ଯୋଜନା କରୁଛନ୍ତି ସରକାର ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
/kanak/media/media_files/2025/09/24/odisha-assembly-2025-09-24-11-42-55.jpg)