କନକ ବ୍ୟୁରୋ: ଉଦିତ ପ୍ରଧାନ ଗିରଫ ମାମଲାରେ ତଥ୍ୟ ଖୋଜିବ କମିଟି । ୬ ଜଣିଆ ତଥ୍ୟ ଅନୁଧ୍ୟାନ କମିଟି ଗଢ଼ିଲା କଂଗ୍ରେସ । ପିସିସି ସଭାପତିଙ୍କ ନିର୍ଦ୍ଦେଶକ୍ରମେ ଏହି କମିଟି ଗଠନ କରାଯାଇଛି । ଖୁବ୍ଶୀଘ୍ର ପୀଡିତାଙ୍କୁ ଭେଟି ଆଲୋଚନା କରିବ ଟିମ୍ । ଦୁଷ୍କର୍ମ ଅଭିଯୋଗ ପରେ ଗିରଫ ହୋଇଛନ୍ତି ଉଦିତ ପ୍ରଧାନ । ଦୁଷ୍କର୍ମ ଅଭିଯୋଗରେ ଗିରଫ ପରେ ଦଳ ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା । ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ଙ୍କୁ ନିଲମ୍ବନ କରାଯାଇଥିଲା । ଏହି ନିଲମ୍ବନ କରିଥିଲେ ଜାତୀୟ ଯୁବ କଂଗ୍ରେସ ସଭାପତି । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ନିଲମ୍ବନ ପରେ କମିଟି ଗଠନ କରାଯାଇଛି ।
ସୂଚନାମୁତାବକ, ଜଣେ ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ଦେଇ ଦୁଷ୍କର୍ମ କରିବା ନେଇ ଛାତ୍ରୀ ଜଣକ ଲିଖିତ ଅଭିଯୋଗ କରିଥିଲେ। ମଞ୍ଚେଶ୍ୱର ଅଂଚଳରେ ଥିବା ଏକ ହୋଟେଲରେ ତାଙ୍କୁ ଦୁଷ୍କର୍ମ କରିବା ନେଇ ଅଭିଯୋଗ କରିଥିଲେ ଛାତ୍ରୀ । ଛାତ୍ରୀଙ୍କ ଅଭିଯୋଗ ଆଧାରରେ ଉଦିତ ପ୍ରଧାନଙ୍କୁ ଗିରଫ କରିଛି ପୋଲିସ । ଆଜି ଉଦିତ ପ୍ରଧାନ ଓ ଅଭିଯୋଗକାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ନମୁନା ସଂଗ୍ରହ କରାଯିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/07/21/udit-2025-07-21-12-22-14.jpg)