କନକ ବ୍ୟୁରୋ: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ଦାବି କଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି କଂଗ୍ରେସ ବିଧାୟକ ଦଳ ନେତା ଏହି ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ପହଲଗାମ୍ ଆକ୍ରମଣ, ଅପରେସନ୍ ସିନ୍ଦୂର ଏବଂ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ବିରତି ଘୋଷଣା ହୋଇଛି । ତେଣୁ ଏଭଳି ଏକ ସମୟରେ ଜନ ପ୍ରତିନିଧିମାନେ ତୁରନ୍ତ ଏକାଠି ହେବା ଦରକାର । ତେବେ ଏହା ପୂର୍ବରୁ ଜାତୀୟ ସ୍ତରରେ ମଧ୍ୟ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ସମାନ ଢଙ୍ଗରେ ସଂସଦର ସ୍ୱତନ୍ତ୍ର ଅଧିବେଶନ କରିବାକୁ ଅନୁରୋଧ କରିଥିଲେ । ଆଉ ଠିକ୍ ସେହି ଢଙ୍ଗରେ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ମଧ୍ୟ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି । 

Advertisment
letter
letter Photograph: (KanakNews )