କନକବ୍ୟୁରୋ : ଆଜି ଜିଲ୍ଲାପାଳଙ୍କ ଅଫିସ ଘେରିବ କଂଗ୍ରେସ । ନାରୀ ନିର୍ଯାତନା ପ୍ରସଙ୍ଗରେ ବିକ୍ଷୋଭ କରିବ ଦଳ ।  ମହିଳା ନିର୍ଯାତନାକୁ ପ୍ରସଙ୍ଗ କରି ବିଧାନସଭାରେ ଦୁଇ ଦିନ କଂଗ୍ରେସ ହଙ୍ଗାମା କରିବା ପରେ ଶନିବାର ମହିଳା ଦିବସରେ କଳା ପଟି ବାନ୍ଧି ପ୍ରତିବାଦ କରିଥିଲା ।  ଆଜି ଠୁ ଜିଲ୍ଲାସ୍ତରରେ ଆନ୍ଦୋଳନ କରିବ କଂଗ୍ରେସ । ସମସ୍ତ ଜିଲ୍ଲା ମୁଖ୍ୟାଳୟ ଘେରାଉ କରିବେ ନେତା ଓ କଂଗ୍ରେସ କର୍ମୀ  ।  ମହିଳାଙ୍କ ବିରୋଧରେ ଅତ୍ୟାଚାର ବଢ଼ିଚାଲିଥିବା ବେଳେ ଏହାକୁ ବିରୋଧ କରିବା ସହ ମହିଳାଙ୍କ ପାଇଁ ନ୍ୟାୟ ମାଗିବାକୁ କଂଗ୍ରେସ ବିକ୍ଷୋଭ କରିବ ।

Advertisment

ଏନେଇ ପିସିସି ସଭାପତି କହିଛନ୍ତି,  ଅପରାଧୀଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିବାରେ ରାଜ୍ୟ ସରକାର ବିଫଳ । ତେଣୁ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପିସିସି ସଭାପତି ।  କଂଗ୍ରେସ କହିଛି ସୁଭଦ୍ରା ଯୋଜନା ନାଁରେ ମହିଳାଙ୍କୁ ସମ୍ମାନ ଦେଉଛି ବୋଲି ଦାବି କରୁଥିବା ଦଳ ମହିଳା ନିର୍ଯାତନାକୁ ରୋକିବାରେ ବିଫଳ। ବିଗତ ୮ ମାସରେ ୧୬୦୦ ମହିଳା ନିର୍ଯାତିତା ହୋଇଥିବା ଦଳ ଅଭିଯୋଗ ଆଣିଛି ।