କନକ ବ୍ୟୁରୋ: କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ୍ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ କରୁଛନ୍ତି ପୋଲିସ୍ ଅଧିକାରୀ । ସବୁ ଗେଟ୍ ଆଗରେ ପୋଲିସ ଛାଉଣୀ । ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।
ବିଧାନସଭାକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଛି । ଯେଭଳି କୌଣସି ଅପ୍ରୀତିକର ପରିସ୍ଥିତି ନ ଉପୁଜେ ସେନେଇ ସଜାଗ ହୋଇଛି ପୋଲିସ । ପୂର୍ବଠାରୁ ଅଧିକ ସିସି କ୍ୟାମେରା ଲଗାଯାଇଛି । କିଛି ଗଳି ରାସ୍ତାକୁ ମଧ୍ୟ ବନ୍ଦ କରାଯାଇଛି । ସେହିପରି ଆନ୍ଦୋଳନକୁ ଦୃଷ୍ଟିରେ ରଖି ଟ୍ରାଫିକ୍ କଟକଣା ମଧ୍ୟ ଜାରି କରିଛି ପୋଲିସ ।