କନକବ୍ୟୁରୋ : ଦେଶର ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ଏବେ ଚର୍ଚ୍ଚା । ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ଉପସ୍ଥାପନ କରିବାରୁ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ଯଦି ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଵେ, ତେଵେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ । ସେମାନେ କେବେ ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇପାରିବେ ନାହିଁ ।
ଅଧିକ ପଢନ୍ତୁ... ଇତିହାସ ରଚିଲା ହନୁମାନ ଚାଳିଶା : ବଲିଉଡ୍ ଗୀତକୁ ପଛରେ ଛାଡ଼ିଲା
କାରଣ ଶ୍ରୀମନ୍ଦିର ଉପରେ ମାଆ ରାଧାରାଣୀଙ୍କ ଅଭିଶାପ ପଡିଛି । ମା ରାଧାରାଣୀ ଶ୍ରୀକୃଷ୍ଣଙ୍କୁ ଜଗନ୍ନାଥଙ୍କ ରୂପରେ ଦର୍ଶନ କରିବାକୁ ଯାଉଥିବା ବେଳେ ସେତେବେଳେ ସେବାୟତ ମାନେ ତାଙ୍କୁ ଅଟକାଇଥିଲେ । ଏବଂ କହିଥିଲେ ଶ୍ରୀମନ୍ଦିର ଭିତରକୁ ଭଗବାନଙ୍କ ଧର୍ମପତ୍ନୀଙ୍କ ପ୍ରବେଶ ଉପରେ ବାରଣ ରହିଛି । ଆପଣ କିଭଳି ଭିତରକୁ ଆସିଲେ । ଏକଥା ଶୁଣି ମା’ ରାଧାରାଣୀ ରାଗିଯାଇ ଶ୍ରୀମନ୍ଦିରକୁ ଅଭିଶାପ ଦେଇଥିଲେ । ଶୁଭଙ୍କର ମିଶ୍ରଙ୍କ ଶ୍ରୀମନ୍ଦିର ଓ ମହାପ୍ରଭୁଙ୍କ ପ୍ରତି ଏଭଳି ଭୁଲ୍ ଉପସ୍ଥାପନକୁ ନେଇ ପୁରୀରେ ଚର୍ଚ୍ଚା ଜୋର ଧରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/11/28/srimandir-2025-11-28-10-00-05.jpg)