ଶ୍ରୀମନ୍ଦିର ନାଁରେ ବିବାଦୀୟ ଟିପ୍ପଣୀ : ବିବାହ ପୂର୍ବରୁ ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଗଲେ ପ୍ରେମ ହୁଏନି ସଫଳ

ଦେଶର ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ଏବେ ଚର୍ଚ୍ଚା । ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ଉପସ୍ଥାପନ କରିବାରୁ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ।

SRIMANDIR

Photograph: (KANAKNEWS)

କନକବ୍ୟୁରୋ : ଦେଶର ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ଏବେ ଚର୍ଚ୍ଚା । ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ଉପସ୍ଥାପନ କରିବାରୁ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ଯଦି ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଵେ, ତେଵେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ । ସେମାନେ କେବେ ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇପାରିବେ ନାହିଁ ।

ଅଧିକ ପଢନ୍ତୁ... ଇତିହାସ ରଚିଲା ହନୁମାନ ଚାଳିଶା : ବଲିଉଡ୍ ଗୀତକୁ ପଛରେ ଛାଡ଼ିଲା

କାରଣ ଶ୍ରୀମନ୍ଦିର ଉପରେ ମାଆ ରାଧାରାଣୀଙ୍କ ଅଭିଶାପ ପଡିଛି ।  ମା ରାଧାରାଣୀ ଶ୍ରୀକୃଷ୍ଣଙ୍କୁ ଜଗନ୍ନାଥଙ୍କ ରୂପରେ ଦର୍ଶନ କରିବାକୁ ଯାଉଥିବା ବେଳେ ସେତେବେଳେ ସେବାୟତ ମାନେ ତାଙ୍କୁ ଅଟକାଇଥିଲେ । ଏବଂ କହିଥିଲେ ଶ୍ରୀମନ୍ଦିର ଭିତରକୁ ଭଗବାନଙ୍କ ଧର୍ମପତ୍ନୀଙ୍କ ପ୍ରବେଶ ଉପରେ ବାରଣ ରହିଛି ।  ଆପଣ କିଭଳି ଭିତରକୁ ଆସିଲେ ।  ଏକଥା ଶୁଣି ମା’ ରାଧାରାଣୀ ରାଗିଯାଇ ଶ୍ରୀମନ୍ଦିରକୁ ଅଭିଶାପ ଦେଇଥିଲେ ।  ଶୁଭଙ୍କର ମିଶ୍ରଙ୍କ ଶ୍ରୀମନ୍ଦିର ଓ ମହାପ୍ରଭୁଙ୍କ ପ୍ରତି ଏଭଳି ଭୁଲ୍ ଉପସ୍ଥାପନକୁ ନେଇ ପୁରୀରେ ଚର୍ଚ୍ଚା ଜୋର ଧରିଛି ।

 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe