ତାରାଙ୍କୁ ସସପେଣ୍ଡ ନେଇ ବଢୁଛି ବିବାଦ; ନିଲମ୍ବନ ନ ହଟିଲା ପର୍ଯ୍ୟନ୍ତ ବିଧାନସଭାକୁ ବୟକଟ କଲା କଂଗ୍ରେସ

Advertisment

ତାରାଙ୍କ ନିଲମ୍ବନ ନେଇ ବଢୁଛି ବିବାଦ। ନିଲମ୍ବନ ନ ହଟିଲା ପର୍ଯ୍ୟନ୍ତ ବିଧାନସଭାକୁ ବୟକଟ କଲା କଂଗ୍ରେସ। ତେବେ କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ଗତକାଲି ୭ ଦିନ ପାଇଁ ନିଲମ୍ବନ କରିଛନ୍ତି ବାଚସ୍ପତି।

ତାରାଙ୍କ ନିଲମ୍ବନ ନେଇ ବଢୁଛି ବିବାଦ। ନିଲମ୍ବନ ନ ହଟିଲା ପର୍ଯ୍ୟନ୍ତ ବିଧାନସଭାକୁ ବୟକଟ କଲା କଂଗ୍ରେସ। ତେବେ କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ଗତକାଲି ୭ ଦିନ ପାଇଁ ନିଲମ୍ବନ କରିଛନ୍ତି ବାଚସ୍ପତି।

କଂଗ୍ରେସର ବିଧାନସଭା ବୟକଟ୍

କଂଗ୍ରେସର ବିଧାନସଭା ବୟକଟ୍ Photograph: (KanakNews )

କନକ ବ୍ୟୁରୋ: ତାରାଙ୍କ ନିଲମ୍ବନ ନେଇ ବଢୁଛି ବିବାଦ। ନିଲମ୍ବନ ନ ହଟିଲା ପର୍ଯ୍ୟନ୍ତ ବିଧାନସଭାକୁ ବୟକଟ କଲା କଂଗ୍ରେସ। ତେବେ କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ଗତକାଲି ୭ ଦିନ ପାଇଁ ନିଲମ୍ବନ କରିଛନ୍ତି ବାଚସ୍ପତି। ଯାହାର ବିରୋଧ କରି ନ୍ୟାୟ ପାଇଁ ଗାନ୍ଧୀ ମୂର୍ତ୍ତୀ ତଳେ ଶାନ୍ତିପୂର୍ଣ୍ଣ ଭାବରେ କଂଗ୍ରେସ ବିଧାୟକମାନେ ଧାରଣାରେ ବସିବେ । ସେପଟେ ଘଟଣାକୁ ନେଇ ତାରା ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି । ସେ କହିଛନ୍ତି, ତାଙ୍କୁ ଜୀବନରୁ ମାରିଦେବାକୁ ଚେଷ୍ଟା କରାଯାଇଥିଲା। ଗୃହରେ ଯାହା ଘଟିଲା ଏହା ହେଉଛି ବିଜେପିର ଗଣତନ୍ତ୍ର ଓ ଓଡ଼ିଆ ଅସ୍ମିତା। ପବିତ୍ର ଗୃହରେ ମା ମାଉସୀ ନେଇ ଗାଳି କରିବା ଏହା ହେଉଛି ବିଜେପିର ଆଚାର ଉଚ୍ଚାରଣ। ଅନେକ ସମୟରେ ସେ ଗୃହରେ ଅନେକ ପ୍ରଶ୍ନ ପଚାରିଥିଲେ ଯାହା ତାଙ୍କୁ ବାଣ ଭଳିଆ ଭେଦିଥିଲା ବୋଲି କହିଛନ୍ତି ତାରା। ଜୟ ନାରାୟଣ ମିଶ୍ରଙ୍କୁ ମୁଁ ଉଚିତ୍ ଜବାବ ଦେଇ ପାରିଥାନ୍ତି କିନ୍ତୁ ଗଣତନ୍ତ୍ର ମନ୍ଦିରରେ କଂଗ୍ରେସ ଭୁଲି ନାହିଁ ଶାଳୀନତା। ତେବେ ଆଜି ଏସମ୍ପର୍କରେ କଂଗ୍ରେସ ଭବନରେ ଦଳର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବୈଠକରେ ସମସ୍ତ ବିଧାୟକ ଓ ଦଳର ବରିଷ୍ଠ ନେତା ଯୋଗଦେବା କାର୍ଯ୍ୟକ୍ରମ ରହିଛି।

ବିଧାନସଭାରେ ଧସ୍ତାଧସ୍ତି, ହାତାହାତି ପରେ ଆକ୍ସନ : ୭ ଦିନ ପାଇଁ ତାରା ବାହିନୀପତି ବିଧାନସଭାରୁ ସସପେଣ୍ଡ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe