କନକବ୍ୟୁରୋ: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବାରହେତ ଆସନରୁ ନାମାଙ୍କନ ଦାଖଲ କରିଥିବା ବେଳେ ତାଙ୍କ ସତ୍ୟପାଠରୁ ମିଳିଛି ଚାଞ୍ଚଲ୍ୟକର ତଥ୍ୟ। ଗତ ୫ ବର୍ଷରେ ହେମନ୍ତ ସୋରେନଙ୍କ ବୟସ ବଢ଼ିଛି ୭ ବର୍ଷ । ଅର୍ଥାତ ୫ ବର୍ଷ ପୂର୍ବେ ତାଙ୍କୁ ୪୨ ବର୍ଷ ହୋଇଥିବା ଉଲ୍ଲେଖ ହୋଇଥିବା ବେଳେ ଏବେ ବୟସ ୪୯ ବର୍ଷ ବୋଲି ସତ୍ୟପାଠରେ ଉଲ୍ଲେଖ ହୋଇଛି ।
ଏହାକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ବିବାଦ । ବିଜେପି ପ୍ରଦେଶ ଅଧ୍ୟକ୍ଷ ବାବୁଲାଲ ମରାଣ୍ଡି କହିଛନ୍ତି, ହେମନ୍ତ ସୋରେନ ସବୁବେଳେ ତ୍ରୁଟିପୂର୍ଣ୍ଣ ତଥ୍ୟ ସତ୍ୟପାଠରେ ଦାଖଲ କରିଥାନ୍ତି । ଏନେଇ ଆମେ ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହେବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିବୁ ।