କନକବ୍ୟୁରୋ: ଲୁହା କଡ଼େଇରେ ମହାପ୍ରସାଦ ରନ୍ଧାଯିବା ପ୍ରସଙ୍ଗ। ଖବର ପ୍ରସାରଣ ପରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ,ବଡୁ ନିଯୋଗ,  ରୋଷ ପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷଘର ପରିଦର୍ଶନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Advertisment

ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି ୭ ଦିନ ଭିତରେ କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି ,ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ  ସମସ୍ତ କାର୍ଯ୍ୟର ନିରୀକ୍ଷଣ ପରେ ରିପୋର୍ଟ ଦାଖଲ ପାଇଁ ସୁରକ୍ଷା ପ୍ରଶାସକଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଅଯାଇଛି।

ଶ୍ରୀମନ୍ଦିର ସଂସ୍କୃତିକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ପରମ୍ପରା ବିରୋଧୀ କୌଣସି ବି କାର୍ଯ୍ୟକୁ ବରଦାସ୍ତ କରାଯିବ ନାହିଁ ବୋଲି କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି ଅରବିନ୍ଦ ପାଢୀ।