କନକ ବ୍ୟୁରୋ : ଉପର ମୁହାଁ କରୋନା ଗ୍ରାଫ୍‌ । ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୦ ଟପିଲା । ସୋମାବାର ଆଉ ୭ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ଏଥିସହ ଚଳିତ ବର୍ଷ ରାଜ୍ୟର ମୋଟ୍ କୋଭିଡ୍‌ ରୋଗୀଙ୍କ ସଂଖ୍ୟା ୫୬ରେ ପହଞ୍ଚିଛି । ସେହିପରି ସୋମବାର ୫ ଜଣ ରୋଗୀ ସୁସ୍ଥ ହେବା ସହ ବର୍ତ୍ତମାନ ସୁଦ୍ଧା ମୋଟ ୨୦ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଫଳରେ ରାଜ୍ୟରେ ଏବେ ୩୬ଜଣ ସକ୍ରିୟ କୋଭିଡ ରୋଗୀ ଅଛନ୍ତି । କୋଭିଡ-୧୯ କିମ୍ବା ଫ୍ଲୁ ଭଳି ରୋଗର ଲକ୍ଷଣ ଥିଲେ ଘରେ ରହିବାକୁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି । ଲକ୍ଷଣ ଅନୁଭବ କଲେ ସମାବେଶରୁ ଦୂରେଇ ରହିବା ସହ ନିଜକୁ ଅଲଗା ରଖିବା ଉଚିତ୍ ବୋଲି ସେ କହିଛନ୍ତି । ନୂତନ ଷ୍ଟ୍ରେନ ଅଧିକ ବିପଦପୂର୍ଣ୍ଣ ହୋଇ ନଥିଲେ ବି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।