କନକ ବ୍ୟୁରୋ: ପାରିବାରିକ କଳହର କରୁଣ ପରିଣତି । ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ। ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ୱାମୀ । ବାଲେଶ୍ୱର ସୋର ଥାନା ଆଡ଼ିଆ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଝଗଡ଼ା ପରେ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ ସ୍ତ୍ରୀ ଭାନୁମତି । ପତ୍ନୀଙ୍କୁ ବଞ୍ଚାଇବାକୁ ଯାଇ ଶଶିକାନ୍ତ ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ସୋର ଡାକ୍ତରଖାନା ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।