କୋଭିଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ ଘୋଷଣା ; କହିଲେ , ଯୁବପୀଢିଙ୍କ ଅକସ୍ମାତ ମୃତ୍ୟୁର କାରଣ ନୁହେଁ ଟିକା

କୋଭିଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ। ଯୁବପିଢିଙ୍କ ହଠାତ୍ ମୃତ୍ୟୁ ପଛରେ ନାହିଁ କରୋନା ଟିକାର ଭୂମିକା।  ଆଇସିଏମଆର ଷ୍ଟଡିର ରିପୋର୍ଟକୁ ନେଇ ଚର୍ଚ୍ଚା। ରାଜ୍ୟସଭାରେ ଉତ୍ତର ରଖିଲେ ଜେ.ପି ନଡ୍ଡା।

covid-

କନକ ବ୍ୟୁରୋ: କୋଭିଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ବଡ଼ ବୟାନ । କହିଲେ,  ଯୁବପୀ ଢିଙ୍କ ହଠାତ୍ ମୃତ୍ୟୁ ପଛରେ ନାହିଁ କରୋନା ଟିକାର ଭୂମିକା ।  ଆଇସିଏମଆର ଷ୍ଟଡିର ରିପୋର୍ଟକୁ ନେଇ ଏବେ ଚର୍ଚ୍ଚା। ରାଜ୍ୟସଭାରେ ଏ ସମ୍ପକରେ ଉତ୍ତର ରଖିଛନ୍ତି ଜେ.ପି ନଡ୍ଡା । 

ଅ୍ରାକିକାଲି ଅନେକ ଲୋକଙ୍କର ଅକାଳରେ ମୃତ୍ୟୁ ହେଉଥିବାବେଳେ ଏହାର କାରଣ ଟିକା ନୁହେଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। କୋଭିଡ ୧୯ ଟିକା ଯୋଗୁ ମୃତ୍ୟୁ ହେଉନାହିଁ। ବରଂ କୋଭିଡ ଟିକା ଯୋଗୁଁ ମୃତ୍ୟୁ ହାର କମିଛି ବୋଲି କହିଛନ୍ତି ନଡ୍ଡା । ପୂର୍ବରୂ କୋଭିଡ ଟିକା ପାଇଁ ଯୁବପିଢିଙ୍କ ହଠାତ ମୃତ୍ୟୁ ହୋଇଥିବା ନେଇ ରିପୋର୍ଟ ଆସିଥିଲା । କିନ୍ତୁ ଆଇସିଏମଆର ଷ୍ଟଡି ରିପୋର୍ଟ ଅନୁଯାୟୀ,  ଅକ୍ଟୋବର ୨୦୨୧ରୁ ମାର୍ଚ୍ଚ ୨୦୨୩ ମଧ୍ୟରେ ୧୮ରୁ ୪୫ ବର୍ଷିୟ ଲୋକଙ୍କ ମଧ୍ୟରେ ହଠାତ୍ ମୃତ୍ୟୁ ହୋଇଥିଲା। ଏଭଳି ୭୨୯ ଲୋକଙ୍କ ହଠାତ୍ ମୃତ୍ୟୁ ପରେ କୋଭିଡ ଟିକା ଉପରେ ପ୍ରଶ୍ନ ଉଠିଥିଲା । କିନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୟାନ ପରେ ଏହି ଆଶଙ୍କା ଦୂର ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe