କନକ ବ୍ୟୁରୋ: ଯାଜପୁର ସଦର ଥାନା ଅନ୍ତର୍ଗତ ବୁଢା ବ୍ରିଜ ନିକଟରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣାର ତଦନ୍ତ ଭାର ନେଲା କ୍ରାଇମ୍ ବ୍ରାଞ୍ଚ । ପୁରା ଘଟଣାର ଅନୁଧ୍ୟାନ କରିବ କ୍ରାଇମ୍ ବ୍ରାଞ୍ଚ । କିଛି ଦିନ ପୂର୍ବେ ବିଧାୟକ କୌଣସି ଏକ ବୈଠକରେ ଯୋଗ ଦେବାକୁ ଯିବା ବେଳେ ତାଙ୍କ ଉପରେ ଅତର୍କିତ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣ ପୂର୍ବତନ ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ କରାଇ ଥିବା ନେଇ ଅଭିଯୋଗ କରିଥିଲେ ବିଧାୟକ ହିମାଂଶୁ ଶେଖର ଦାସ । ଏହାପରେ ତଦନ୍ତ କରି ପୋଲିସ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ଦାସଙ୍କୁ ଗିରଫ କରିଛି । ବର୍ତ୍ତମାନ ଏହି ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ନିଜ ହାତକୁ ନେଇଛି ।
ବିଧାୟକଙ୍କୁ ଆକ୍ରମଣ ଓ ବିରଜା ହାଟରେ ହଙ୍ଗାମା ମାମଲାରେ ବର୍ତ୍ତମାନ ସୁଦ୍ଧା ପୁଲିସ ୧୯ ଜଣଙ୍କୁ ଗିରଫ କରିଛି । ଶତାଧିକ ଲୋକଙ୍କ ନାଁରେ ମାମଲା ରୁଜୁ ହୋଇଛି । ଏବେ ବି ଶତାଧିକ ଅଭିଯୁକ୍ତ ଫେରାର ରହିଛନ୍ତି । ସେମାନଙ୍କୁ ଧରିବା ପାଇଁ ପୁଲିସ ୪ଟି ସ୍ପେଶାଲ ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢାଉ କରୁଛି । ଏପରି ସମୟରେ ରାଜ୍ୟ ସରକାର ବିଧାୟକଙ୍କୁ ଆକ୍ରମଣ ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/28/2025-04-28t103046215z-348267369_658890662730311_6089886170448266075_n.jpg)
/kanak/media/media_files/2024/11/24/6w6gmhbs61bN6euRursT.jpg)