କନକବ୍ୟୁରୋ : ବହୁଚର୍ଚ୍ଚିତ ଗୋପାଳପୁର ଗଣଦୁଷ୍କର୍ମ ମାମଲାର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ । ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି । ଏହି ମାମଲାକୁ ରେଡ୍‌ ଫ୍ଲାଗ ଶ୍ରେଣୀଭୁକ୍ତ କରାଯାଇଥିବା ନେଇ ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ମାମଲାର ତଦନ୍ତ କରିବ । ଆଇଜି ଏସ୍‌ ସାଇନିଙ୍କ ପ୍ରତକ୍ଷ୍ୟ ତତ୍ବାବଧାନରେ  ତଦନ୍ତ କରାଯିବ । 

Advertisment

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମ‌ୋହନ ଚରଣ ମାଝୀ ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି  । ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି  ।

ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ । ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡ଼ା ଯିବ ନାହିଁ । ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ 

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୁଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି  ।  ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି  ।